NewsPlus Odia - Breaking News, Politics, Crime, Daily News

Header
collapse
...
Home / ଓଡ଼ିଶା / ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

Aug 09, 2026   73 views
ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ  ଅନୁଷ୍ଠିତ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ ବ୍ଳକ ଭଇଁଷା ଜ୍ୟୋତି ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ରବିବାର  ଜାତୀୟ  ସେବା ଯୋଜନା ବିଭାଗ ଓ ଜିଲ୍ଲା ସତ୍ୟସାଇ ସେବା ସଂଗଠନ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା । ଉଚ୍ଚ ବିଦ୍ୟାଳୟର ସେବା ଯୋଜନା ବିଭାଗର ଅଧିକାରୀ  ସନ୍ତୋଷ କୁମାର ରାଉତଙ୍କ ତତ୍ତ୍ବାବଧାନରେ ତଥା ଗୃପ ଲିଡର ଉମାକାନ୍ତ ଠାକୁରଙ୍କ ନେତୃତ୍ୱରେ ଆଜି ବିଦ୍ୟାଳୟର ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କରାଯାଇଥିଲା । ଏହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ସତ୍ୟସାଇ ସେବା ସଂଗଠନର ଜିଲ୍ଲା ସଭାପତି  ମନୋଜ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରମାନଙ୍କୁ ଉତ୍ସାହିତ କରିଥିଲେ । ସେ ନିଜେ ଗଛ ଲଗାଇ ପ୍ରତିବର୍ଷ ଗୋଟିଏ ଲେଖା ଗଛ ଲଗାଇବାକୁ ମୁଖ୍ୟ ଅତିଥି ପରାମର୍ଶ ଦେଇଥିଲେ। ଏହି ଅବସରରେ ସେବା ଯୋଜନା ବିଭାଗର ଅନେକ ସ୍ବେଛାସେବୀ ସହିତ ସତ୍ୟସାଇ ସଂଗଠନର ଅନେକ ସଦସ୍ୟ ସଦସ୍ୟା ଉପସ୍ଥିତ ରହି ସହଯୋଗ କରିଥିଲେ। ପ୍ରକାଶ ଯେ ଚଳିତ ବର୍ଷ ବିଦ୍ୟାଳୟର ଜାତୀୟ ସେବା ଯୋଜନା ବିଭାଗ ତରଫରୁ ଏହି ଉଚ୍ଚ ବିଦ୍ୟାଳୟର ଅଧ୍ୟକ୍ଷା ମାମିନା ବାଗ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ବିଭିନ୍ନ ସ୍ଥାନରେ ବୃକ୍ଷରୋପଣ କରିବାକୁ ସ୍ଥିରୀକୃତ କରାଯାଇଛି।


Share:

Leave a comment

Your email address will not be published. Required fields are marked *

Your experience on this site will be improved by allowing cookies Cookie Policy