LaraMag - Système d'actualités / Magazine Laravel Multilingue

Header
collapse
...
Accueil / Weather / ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୮ ଟି ଗେଟ୍

ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୮ ଟି ଗେଟ୍

août 01, 2026   131 vues
ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୮ ଟି ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ର ଆଉ ୮ଟି ଗେଟ୍ ଖୋଲିଲା । ଆଜି ତୃତୀୟ ପର୍ଯ୍ୟାୟରେ ଖୋଲିଲା ୮ଟି ଗେଟ୍‌ । ବର୍ତ୍ତମାନ ମୋଟ୍ ୨୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ପୂର୍ବରୁ ୧୪ଟି ଗେଟରେ ଜଳ ନିଷ୍କାସନ ହେଉଥିଲା । ଏବେ ହୀରାକୁଦର ଆଉ ୮ଟି ଗେଟ ଖୋଲିଲା । ସନ୍ଧ୍ୟା ମଧ୍ୟରେ ୨୨ ଗେଟ୍ ଖୋଲାଯିବ ବୋଲି କହିଥିଲେ ଜଳସମ୍ପଦ ମୁଖ୍ୟ ଯନ୍ତ୍ରୀ । ତଳ ମୁଣ୍ଡରେ ବଢିପାରେ ବନ୍ୟା ସ୍ଥିତି । ସମସ୍ତ ନଈ କୂଳିଆ ଜିଲ୍ଲା ମାନଙ୍କୁ ହାଇ ଆଲର୍ଟ ଜାରି ହୋଇଛି । ଉପରମୁଣ୍ଡରେ ଲଗାଣ ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟା ଜଳ ନିଷ୍କାସନ ପାଇଁ ଗେଟ୍ ଖୋଲାଯାଉଛି । ଜଳ ସମ୍ପଦ ବିଭାଗର ସୂଚନା ଅନୁଯାୟୀ, ବର୍ତ୍ତମାନ ପ୍ରାୟ ସାଢ଼େ ୩ ଲକ୍ଷ କ୍ୟୁସେକ ପାଣି ହୀରାକୁଦରୁ ଛଡ଼ାଯାଉଛି। ଅନ୍ୟପଟେ ଖଇରମାଳରେ ଏବେ ୫ ଲକ୍ଷ ୨୭ ହଜାର କ୍ୟୁସେକ ପାଣି ପ୍ରବାହିତ ହେଉଛି ।ହୀରାକୁଦରୁ ଛଡ଼ାଯାଉଥିବା ପାଣି ସେଠାରେ ପହଞ୍ଚିବା ପରେ ମୋଟ୍ ପ୍ରବାହ ପ୍ରାୟ ସାଢ଼େ ୭ ଲକ୍ଷ କ୍ୟୁସେକରେ ପହଞ୍ଚିବାର ଆକଳନ କରାଯାଇଛି।

 

 


Partager :

Laisser un commentaire

Votre adresse e-mail ne sera pas publiée. Les champs obligatoires sont marqués *

Votre expérience sur ce site sera améliorée en autorisant les cookies Politique des cookies