ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଆୟୋଜିତ ଦୁର୍ଗାପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି ପୂର୍ବତନ ବିଧାୟକ ତଥା ବିଜେଡିର ବଲାଙ୍ଗୀର ଜିଲ୍ଲା ସଭାପତି ସରୋଜ କୁମାର ମେହେର। ମଙ୍ଗଳବାର ରାତିରେ ସେ ବିଭିନ୍ନ ପୂଜା ମଣ୍ଡପ ବୁଲି ମା’ ଦୁର୍ଗାଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଗ୍ରହଣ କରିଥିଲେ। ଏହି ଅବସରରେ ସେ ପୂଜା ମଣ୍ଡପରେ ଉପସ୍ଥିତ ଶ୍ରଦ୍ଧାଳୁ, ପୂଜା କମିଟିର ସଦସ୍ୟ ଓ ସ୍ଥାନୀୟ ଲୋକଙ୍କ ସହ ସାକ୍ଷାତ କରିବା ସହ ଆଲୋଚନା କରିଥିଲେ। ଦୁର୍ଗାପୂଜାକୁ ନେଇ ବିଭିନ୍ନ ମଣ୍ଡପରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିବା ବେଳେ ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଓ ଉତ୍ସାହ ଦେଖିବାକୁ ମିଳିଥିଲା।
Bir yorum bırakın
E-posta adresiniz yayınlanmayacaktır. Gerekli alanlar * ile işaretlenmiştir