LaraMag - Hệ thống Tin tức / Tạp chí Laravel Đa ngôn ngữ

Header
collapse
...
Trang chủ / Odisha / ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

Th10 01, 2026  Suprabhat Odisha  44 lượt xem
ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ପାଟଣାଗଡ଼, : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବଳଦେବ ଜୀଉ ଟାଉନ୍‌ ହଲ୍‌ଠାରେ ଗୁରୁବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି । ପାଟଣାଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ ମିଞ୍ଜଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ପାଟଣାଗଡ଼ ତହସିଲଦାର ରୁଦ୍ରମୋହନ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ସମ୍ମାନିତ ଅତିଥି ଭାବେ ଆସିଷ୍ଟାଣ୍ଟ କଲେକ୍ଟର ଓ ଏସ୍‌ଡିଏମ୍‌ଓ ଯୋଗଦେଇଥିବା ବେଳେ ପାଟଣାଗଡ଼ ଜବାହାରଲାଲ ମହାବିଦ୍ୟାଳୟର ଅଧ୍ୟକ୍ଷ ବକ୍ତା ଭାବେ ଯୋଗଦେଇଥିଲେ । ଏହି ଅବସରରେ ଅତିଥିମାନେ ନିଜ ନିଜ ଅଭିଭାଷଣରେ ବରିଷ୍ଠ ନାଗରିକଙ୍କ ଅଧିକାର, ସମ୍ମାନ ଓ ସାମାଜିକ ସୁରକ୍ଷା ସହ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମରେ ପାଟଣାଗଡ଼ ଅଞ୍ଚଳର ୨ ଶହରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ଯୋଗଦେଇଥିଲେ। ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।

 


Chia sẻ:

Để lại bình luận

Địa chỉ email của bạn sẽ không được công khai. Các trường bắt buộc được đánh dấu *

Trải nghiệm của bạn trên trang web này sẽ được cải thiện bằng cách cho phép cookie Chính sách Cookie