ପାଟଣାଗଡ଼ : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ରେ ଶୁକ୍ରବାର ବିଜେଡି ଦଳ ପକ୍ଷରୁ ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବଲାଙ୍ଗୀର ଜିଲ୍ଲା ବିଜେଡି ସଭାପତି ତଥା ପାଟଣାଗଡ଼ର ପୂର୍ବତନ ବିଧାୟକ ସରୋଜ କୁମାର ମେହେରଙ୍କ ନେତୃତ୍ୱରେ ଏହି ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଏଥିରେ ଦଳୀୟ ନେତା ଓ କର୍ମକର୍ତ୍ତାଙ୍କ ସମେତ ଶତାଧିକ ମହିଳା ଓ ପୁରୁଷ କର୍ମୀ ସ୍ଥାନୀୟ ବିଜେଡି କାର୍ଯ୍ୟାଳୟ ନିକଟରେ ଏକତ୍ରିତ ହୋଇଥିଲେ। ପରେ ଶ୍ରୀ ମେହେରଙ୍କ ନେତୃତ୍ୱରେ କର୍ମୀମାନେ ସହରର ମୁଖ୍ୟ ରାସ୍ତା ଦେଇ ମହେରପଡ଼ା ଓ ରାମଜୀଛକ ପର୍ଯ୍ୟନ୍ତ ପଦଯାତ୍ରା କରିଥିଲେ। ପରେ ସେଠାରୁ ଫେରି ବିଜେଡି କାର୍ଯ୍ୟାଳୟ ନିକଟରେ ପହଞ୍ଚିବାପରେ ପଦଯାତ୍ରାଟି ଶେଷ ହୋଇଥିଲା। କାର୍ଯ୍ୟକ୍ରମରେ ପାଟଣାଗଡ଼ ବ୍ଲକ ଅଧ୍ୟକ୍ଷ ନୀଳକାନ୍ତ ବାଗ, ଉପାଧ୍ୟକ୍ଷା ଲକ୍ଷ୍ମୀ ମାଝୀ, ଏନ୍ଏସି ଅଧ୍ୟକ୍ଷା ମାନସୀ ବିଶ୍ୱାଳଙ୍କ ସମେତ ଦଳର ବରିଷ୍ଠ ନେତା, କର୍ମକର୍ତ୍ତା ଓ ନିର୍ବାଚନ ମଣ୍ଡଳୀର ବହୁ ସଂଖ୍ୟକ ମହିଳା ଓ ପୁରୁଷ କର୍ମୀ ଯୋଗଦେଇଥିଲେ।
Để lại bình luận
Địa chỉ email của bạn sẽ không được công khai. Các trường bắt buộc được đánh dấu *